କନକ ବ୍ୟୁରୋ: ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜନୈତିକ ନେତାଙ୍କ ଦଳବଦଳ ପ୍ରକ୍ରିୟା ସେତିକି ବଢ଼ି ବଢ଼ି ଚାଲିଛି । ଏହି କ୍ରମରେ ଆସନ୍ତାକାଲି ପଦ୍ମ ଧରିବେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଓ ଧାମନଗରର ପୂର୍ବତନ ବିଧାୟକ ରାଜୁ ଦାସ । ଗତ ଅକ୍ଟୋବର ମାସରୁ ଦଳର ସଭାପତି ଓ ସଂଗଠନ ସମ୍ପାଦକଙ୍କୁୁ ଇ-ମେଲରେ ଇସ୍ତଫାପତ୍ର ପଠାଇଥିଲେ ପ୍ରେମାନନ୍ଦ ନାୟକ । ହେଲେ କେହି ତାଙ୍କ ସହ ଆଲୋଚନା ନକରିବାରୁ ବିଧାନସଭା ବଜେଟ ଅଧିବେଶନ ସମୟରେ ଦେଇଥିଲେ ଇସ୍ତଫା ।
ସେହିପରି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ପ୍ରେମାନନ୍ଦ ନାୟକ । ୨୦୧୯ରେ ବିଜେପି ଟିକେଟରେ ପ୍ରେମାନନ୍ଦଙ୍କ ବିରୋଧରେ ଲଢ଼ି ହାରିଥିଲେ ଧନୁର୍ଜୟ ସିଦ୍ଧୁ । ହେଲେ ପରେ ତାଙ୍କୁ ବିଜେଡିରେ ମିଶାଯାଇଥିଲା । ଏହାକୁ ନେଇ ଅସନ୍ତୁଷ୍ଟ ଥିଲେ ପ୍ରେମାନନ୍ଦ । ସେହିପରି ଧାନନଗର ଉପନିର୍ବାଚନ ସମୟରେ ବିଜେଡି ଟିକେଟ ଦାବିଦାର ଥିଲେ ରାଜୁ ଦାସ । ହେଲେ ତାଙ୍କୁ ଅଣଦେଖା କରି ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ କରିଥିଲା ବିଜେଡି । ଏହାକୁ ନେଇ ଅସନ୍ତୁୁଷ୍ଟ ଥିଲେ ରାଜୁ ଦାସ । ତେଣୁ ଆସନ୍ତାକାଲି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ ଧରିବାକୁ ନିଷ୍ପତି କରିଛନ୍ତି ଧାମନଗରର ପୂର୍ବତନ ବିଧାୟକ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/03/raju.jpg)