କନକ ବ୍ୟୁରୋ: ମାଓବାଦୀଙ୍କ କବଳରୁ ମୁକୁଳିଲେ ଅପହୃତ ଯବାନ । କୋବ୍ରା ଯବାନ ରାକେଶ୍ୱର ସିଂହ ମନହାସଙ୍କୁ ଛାଡିଲେ ନକ୍ସଲ । ବିଜାପୁର ନକ୍ସଲ ଆକ୍ରମଣ ପରେ ଏପ୍ରିଲ ୩ରୁ ଅପହୃତ ହୋଇଥିବା ଯବାନ ରାକେଶ୍ୱର ସିଂହ ମନହାସ ମାଓବାଦୀଙ୍କ କବଳରୁ ମୁକ୍ତ ହୋଇଥିବା ନେଇ ଖବର ମିଳିଛି ।
CoBRA jawan Rakeshwar Singh Manhas kidnapped by Naxals during Bijapur attack on April 3, has been released by them: Police sources pic.twitter.com/7ikLXFd8Ym
— ANI (@ANI) April 8, 2021
ଗତ ଏପ୍ରିଲ ୩ ତାରିଖରେ ଛତିଶଗଡର ବିଜାପୁର ଅଂଚଳରେ ସରକ୍ଷାକର୍ମୀ ଓ ନକ୍ସଲମାନେ ମୁହାଁମୁହିଁ ହୋଇଥିଲେ । ଏଥିରେ ଦୁଇ ପଟରୁ ଜୋରଦାର ଗୁଳି ବର୍ଷା ହୋଇଥିଲା । ଏଥିରେ ୨୨ ଜଣ ଯବାନ ମଧ୍ୟ ସହିଦ ହୋଇଥିଲେ । ହେଲେ ଏହାପରଠାରୁ କୋବ୍ରା ଯବାନ ରାକେଶ୍ୱର ନିଖୋଜ ଥିଲେ । ଏହାପରେ ମାଓବାଦୀମାନେ ରାକେଶ୍ୱରଙ୍କୁ ଅପହୃତ କରିନେଇଥିବା ନେଇ ଖବର ଆସିଥିଲା । ଗତକାଲି ମାଓବାଦୀମାନେ ଅପହୃତ ଯବାନଙ୍କ ଏକ ଫଟୋ ଜାରି କରିବା ସହିତ ସେ ସୁସ୍ଥ ଥିବା ନେଇ ସୂଚନା ଦେଇଥିଲେ । ହେଲେ ସରକାରୀଙ୍କୁ ଆଲୋଚନା ପାଇଁ ମଧ୍ୟସ୍ଥି ଚୟନ କରିବାକୁ ମାଓବାଦୀମାନେ ଦାବି କରିଥିଲେ । ଏବେ ଯବାନଙ୍କୁ ମାଓବାଦୀମାନେ ଛାଡି ଥିବା ନେଇ ଖବର ମିଳିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2021/04/7-5.jpg)