କନକ ବ୍ୟୁରୋ : ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଦିବସ ଘୋଷଣା ହେବା ପରେ ଭାବବିହ୍ୱଳ ହୋଇପଡିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ସେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ୱିଟରରେ ଏକ ପୋଷ୍ଟ କରିଛନ୍ତି । ସେ ଲେଖିଛନ୍ତି କି, ଆଜିର ଦିନ ବେଶ ଭାବପୂର୍ଣ୍ଣ । ଏହାସହ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଦିବସ ପାଇଁ ତାଙ୍କୁ ନିମନ୍ତ୍ରଣ ମିଳିଥିବାରୁ ଏହାକୁ ନେଇ ସେ କହିଛନ୍ତି କି, ଐତିହାସିକ ଅବସରର ସାକ୍ଷୀ ହେବା ମୋର ସୌଭାଗ୍ୟ ।
जय सियाराम!
आज का दिन बहुत भावनाओं से भरा हुआ है। अभी श्रीराम जन्मभूमि तीर्थ क्षेत्र ट्रस्ट के पदाधिकारी मुझसे मेरे निवास स्थान पर मिलने आए थे। उन्होंने मुझे श्रीराम मंदिर में प्राण-प्रतिष्ठा के अवसर पर अयोध्या आने के लिए निमंत्रित किया है।
मैं खुद को बहुत धन्य महसूस कर रहा… pic.twitter.com/rc801AraIn
— Narendra Modi (@narendramodi) October 25, 2023
ସୂଚନା ଥାଉକି ପ୍ରଧାନମନ୍ତ୍ରୀଙ୍କୁ ଆଜି ରାମ ମନ୍ଦିର ନିର୍ମାଣ ଟ୍ରଷ୍ଟର କିଛି ସଦସ୍ୟ ଓ ରାମମନ୍ଦିରର ମୁଖ୍ୟ ପୂଜପ ସତ୍ୟେନ୍ଦ୍ର ଦାସ ମହାରାଜ ଭେଟିଥିଲେ । ଏହି କ୍ରମରେ ଜାନୁଆରୀ ୨୨ ତାରିଖରେ ହେବାକୁ ଥିବା ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ନିମନ୍ତ୍ରଣ କରିଥିଲେ । ନିମନ୍ତ୍ରଣ ପାଇବା ପରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ସହମତି ପ୍ରକାଶ କରିଛନ୍ତି ।