ରଥଯାତ୍ରା ପୂର୍ବରୁ ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆଇଏଏସ୍ ରଞ୍ଜନ କୁମାର ଦାସ ହେଲେ ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ।

342

କନକ ବ୍ୟୁରୋ: ରଥଯାତ୍ରା ପୂର୍ବରୁ ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଆଇଏଏସ୍ ରଞ୍ଜନ କୁମାର ଦାସଙ୍କୁ ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ତେବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏଣିକି ସ୍ୱତନ୍ତ୍ର ସଚିବ ପାହ୍ୟା ପ୍ରଦାନ କରାଯିବ ବୋଲି ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି । ଅନ୍ୟପଟେ ଦିଲ୍ଲୀପ ରାଉତରାୟଙ୍କୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଥିବାବେଳେ, ଶ୍ରୀକାନ୍ତ ପୃଷ୍ଟିଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର ।