କନକ ବ୍ୟୁରୋ: ମାହାଙ୍ଗା ଥାନା ଅଞ୍ଚଳରୁ ଏପରି ଏକ ଖବର ଆସିଛି, ଯାହା ଜାଣିଲେ ଆପଣ ବିଚଳିତ ହୋଇପଡିବେ । ଜଣେ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ କରିବା ସହ ଏହାର ଭିଡିଓ ରେକର୍ଡିଂ କରିଛି ଜଣେ ଅଭିଯୁକ୍ତ । କେବଳ ସେତିକି ନୁହେଁ ଏହି ଭିଡିଓକୁ ସୋସିଆଲ ମିଡିଆରେ ଭାଇରାଲ କରାଯାଇଛି । ଏ ନେଇ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ନିକଟରେ ଅଭିଯୋଗ ହେବା ପରେ ଆରମ୍ଭ ହୋଇଛି ଖୋଳତାଡ । ଏହି ମାମଲାରେ ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲଣ କରିଛି ମାହାଙ୍ଗା ପୁଲିସ । ପୁଲିସ ସହାୟତାରେ ନାବାଳିକାକୁ ଉଦ୍ଧାର କରିଛି ଚାଇଲ୍ଡ ଲାଇନ ଅଧିକାରୀ । ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିବା ପାଇଁ ତନାଘନା ଆରମ୍ଭ କରିଛି ପୁଲିସ ।
      
          ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
      
    
  
  
 
  
    Here are a few more articles:
    
        
    
            
            {{#pages}}
                
                
                
            {{/pages}}
            
        
    
    
  
 Follow Us