କନକ ବ୍ୟୁରୋ: ବାଲେଶ୍ୱର ଜିଲ୍ଲା କଷାଫଳ ମେରାଇନ ଥାନା ଅଞ୍ଚଳରେ ନାବାଳିକା ଦୁଷ୍କର୍ମ ମାମଲାର ରାୟ ଆସିଛି । ମାନ୍ୟବର ବାଲେଶ୍ଵର ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ୧୦ ମାସ ଭିତରେ ମାମଲାର ଶୁଣାଣି କରେ ଦୋଷୀଙ୍କୁ ଦଣ୍ଡାଦେଶ କରିଛନ୍ତି । ନାବାଳିକା ଦୁଷ୍କର୍ମ ମାମଲାରେ ସେକ ମନତାଜକୁ କୋର୍ଟ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ଜେଲଦଣ୍ଡ ସହ ୫ ହଜାର ଟଙ୍କା ଜୋରିମାନା କରିଛନ୍ତି। ଜରିମାନା ଅନାଦେୟ ହେଲେ ୨ବର୍ଷ ଅଧିକ ଜେଲ ଦଣ୍ଡଦେଶ ଶୁଣାଇଛନ୍ତି ମାନ୍ୟବର ବାଲେଶ୍ଵର ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ଜଜ୍ ରଞ୍ଜନ କୁମାର ସୁତାର। ଏହାସହ ପୀଡ଼ିତାଙ୍କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ୪ ଲକ୍ଷ ଟଙ୍କାର ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।
୧୬ ଜଣ ସାକ୍ଷୀ ଓ ୨୦ଟି ଦଲିଲ ଓ ଦସ୍ତାବିଜକୁ ଆଧାର କରି ରାୟ ଶୁଣାଇଛନ୍ତି ମାନ୍ୟବର କୋର୍ଟ। ଏହି ମାମଲାରେ ସରକାରଙ୍କ ପକ୍ଷରୁ ମକଦ୍ଦମା ପରିଚାଳନା କରୁଥିଲେ ସ୍ଵତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ପ୍ରଣବ କୁମାର ପଣ୍ଡା। କଷାଫଳ ମେରାଇନ ଥାନାରେ ୨୦୨୩ ମସିହା ସେପ୍ଟେମ୍ବର ୨୮ ତାରିଖରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଥିଲା ।

Advertisment

ଦୋଷୀ ସେକ ମନତାଜ ନାମରେ ଥାନାରେ ଲିଖିତ ଅଭିଯୋଗ କରିଥିଲେ ପୀଡ଼ିତାଙ୍କ ପରିବାର । ନାବାଳିକା ଜଣକ ଘର ଆଗରେ ଖେଳୁ ଥିବା ବେଳେ ସେକ ମନତାଜ ଚକଲେଟ୍ ପ୍ରଲୋଭନ ଦେଖାଇ ଝାଉଁ ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା ।