୨ ବର୍ଷ ପରେ ଭକ୍ତ ଗହଣରେ ହେବ ରଥଯାତ୍ରା : ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

୨ ବର୍ଷ ପରେ ଭକ୍ତ ଗହଣରେ ହେବ ରଥଯାତ୍ରା : ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

କନକ ବ୍ୟୁରୋ : ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶେଷ ହେଲା ସମନ୍ୱୟ କମିଟି ବୈଠକ । ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଥିଲା ଏହି ବୈଠକ । ରଥାଯାତ୍ରା ଯେପରି ଶାନ୍ତିଶୃଙ୍ଖଳା ସହିତ ସୁରୁଖୁରରେ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ୨ ବର୍ଷ ପରେ ଭକ୍ତମାନଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି । କରୋନା ପାଇଁ ୨ ବର୍ଷ ଭକ୍ତ ନଆସିଥିବାରୁ ଚଳିତ ଥର ବହୁ ସଂଖ୍ୟାରେ ଭକ୍ତ ଆସିବେ ।

ସମସ୍ତେ ଯେପରି ଭଲ ଅନୁଭବ ନେଇ ଫେରିବେ ସେଥିପ୍ରତି ଦୃଷ୍ଟି ଦେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଶ୍ରୀମନ୍ଦିର ନିତିକାନ୍ତି, ପହଣ୍ଡି, ରଥଟଣା, ଗହଳି ନିୟନ୍ତ୍ରଣ, ଲକ୍ଷ ଲକ୍ଷ ଭକ୍ତଙ୍କ ଗହଳିକୁ ନେଇ ଆନୁଷଙ୍ଗିକ ବ୍ୟବସ୍ଥା, ଟ୍ରାଫିକ ନିୟନ୍ତ୍ରଣ, ପାନୀୟ ଜଳ, ଜଳସିଂଚନ, ଭିଆଇପି ଦର୍ଶନ ବ୍ୟବସ୍ଥା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି । ଅନ୍ୟପଟେ ବିଭିନ୍ନ ବିଭାଗର ଏକାଧିକ ମନ୍ତ୍ରୀ, ବିଧାୟକ, ବରିଷ୍ଠ ପ୍ରଶାସନିକ ଅଧିକାରୀ, ବରିଷ୍ଠ ପୋଲିସ ଅଧିକାରୀ ଏହି ବୈଠକରେ ଯୋଗ ଦେଇଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe