ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ରଥଯାତ୍ରା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହେବ ।

6,549

କନକ ବ୍ୟୁରୋ: ରଥଯାତ୍ରା ନେଇ ବର୍ତ୍ତମାନ ସମୟର ସବୁଠାରୁ ବଡ ଖବର । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳିବେ ରାଜ୍ୟ ସରକାର । ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ । ରଥଯାତ୍ରା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହେବ । ତେଣୁ ଚଳିତ ବର୍ଷ ରଥଯାତ୍ରା ହୋଇପାରିବନି ବୋଲି ସୁପ୍ରିମକୋର୍ଟ ଦେଇଥିବା ରାୟକୁ ପାଳନ କରାଯିବ ବୋଲି କ୍ୟାବିନେଟରେ ନିଷ୍ପତ୍ତି ହୋଇଛି ।

ତେବେ ସକାଳେ ରଥଯାତ୍ରା ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ପରେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର ରହିଥିଲା । ରାଜ୍ୟ ସରକାର କେଉଁ ନିଷ୍ପତ୍ତି ନେଉଛନ୍ତି ? କଣ ବିକଳ୍ପ ପନ୍ଥା ଆପଣାଯିବ କି ? ଏ ସମସ୍ତ ପ୍ରଶ୍ନ ଉପରେ ଚର୍ଚ୍ଚା ଆଲୋଚନା ହେଉଥିବା ବେଳେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରାଯିବ ବୋଲି ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଜରୁରୀ ବୈଠକରେ ଆଡଭୋକେଟ ଜେନେରାଲ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଉନ୍ନୟନ କମିଶନର ଏବଂ କ୍ୟାବିନେଟ ମନ୍ତ୍ରୀ ଉପସ୍ଥିତ ଥିଲେ ।