କନକ ବ୍ୟୁରୋ : ରଥଯାତ୍ରା ପାଇଁ ଆଜି ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ତିନି ଠାକରୁଙ୍କୁ ରଥରେ ଟିକିଏ ଦର୍ଶନ କରିବା ପାଇଁ ଦେଶ ବିଦେଶରୁ ହଜାର ହଜାର ଭକ୍ତ ପୁରୀକୁ ଛୁଟି ଆସିଛନ୍ତି । ନନ୍ଦିଘୋଷ, ଦର୍ପଦଳନ, ତାଳଧ୍ୱଜ ରଥ ସିଂହଦ୍ୱାରରେ ବିଶ୍ୱବ୍ରହ୍ମାଣ୍ଡ କର୍ତ୍ତାଙ୍କୁ ଅପେକ୍ଷା କରିଛନ୍ତି। ଚତୁର୍ଧାମୂର୍ତ୍ତିଙ୍କୁ ରଥରେ ଟିକିଏ ଆଖି ପୂରାଇ ଦେଖିବେ ବୋଲି ଉତ୍କଣ୍ଠାର ସହିତ ଅପେକ୍ଷା କରିଛନ୍ତି।

Advertisment

ତେବେ ଆଜି ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସମସ୍ତ ଦେଶବାସୀ ଖୁସିରେ ରହିବା ସହ ଆମ ଦେଶ ଉନ୍ନତିର ଶୀର୍ଷରେ ପହଞ୍ଚୁ ବୋଲି କାମନା କରିଛନ୍ତି ।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି । ପବିତ୍ର ରଥଯାତ୍ରାରେ ତିନି ଠାକୁରଙ୍କୁ ଭକ୍ତିପୁତ୍ତ ପ୍ରଣାମ କରିବା ସହ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କୃପାରୁ ରାଜ୍ୟର ପ୍ରଗତି ଓ ସମସ୍ତଙ୍କ ସୁଖ, ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।