କନକ ବ୍ୟୁରୋ: ସାଢେ ୨ଟାରେ ରଥଯାତ୍ରା ଶୁଣାଣି । ଆଜି ଦିନ ସାଢେ ୨ଟାରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରାର ପୁନଃବିଚାର ଆବେଦନର ଶୁଣାଇ କରିବେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି । ତେବେ ତିନି ଜଣିଆ ଖଣ୍ଡପୀଠ ତଥା ପ୍ରଧାନବିଚାରପତି ଏସ.ଏ ବୋବଡେ, ଜଷ୍ଟିସ ବୋପନ୍ନା, ଜଷ୍ଟିସ ମାହେଶ୍ୱରୀ ପୁରୀ ରଥଯାତ୍ରାର ଶୁଣାଣି କରିବେ ।

Advertisment

୩ ଜଣିଆ ଖଣ୍ଡପୀଠରେ ମାମଲାର ଭର୍ଚୁଆଲ ଶୁଣାଣି କରାଯିବ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ଶୁଣାଣି ହେବ । ତେବେ ପ୍ରଧାନ ବିଚାରପତି ଜଷ୍ଟିସ ଏସ୍‌. ଏ. ବୋବ୍‌ଡେ ନାଗପୁରରେ ଥିବା ଯୋଗୁଁ ଏହି ମାମଲାର ଭର୍ଚୁଆଲ ଶୁଣାଣି କରାଯିବ । ତେବେ ଦିନ ସାଢେ ୨ଟାରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରାର ପୁନଃବିଚାର ଆବେଦନର ପୁଣି ଶୁଣାଇ କରିବା ନେଇ ମିଳିଥିବା ଖବରରେ ଜଣାପଡିଛି ।

ଆଜି ସୁପ୍ରିମକୋର୍ଟର ଜଣିକିଆ ବେଞ୍ଚରେ ରଥଯାତ୍ରା ପ୍ରସଙ୍ଗରେ ମୂଳ ମାମଲା ସହ ଆଦେଶ ମୋଡିଫିକେସନ ଆବେଦନଗୁଡ଼ିକର ଏକାଠି ଶୁଣାଣି ଆରମ୍ଭ ହେବା ଅବ୍ୟବହିତ ପୂର୍ବରୁ ମାମଲାରେ ରାଜ୍ୟ ସରକାର ପକ୍ଷଭୁକ୍ତ ହୋଇଥିଲେ। ଓଡ଼ିଶା ସରକାରଙ୍କ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରାଯାଇଥିଲା। ଏହି ସତ୍ୟପାଠରେ ଦର୍ଶାଯାଇଥିଲା ଯେ ଯଦି ଶ୍ରୀମନ୍ଦିର ପରିଚାଳନା ସମିତିର ଅଧ୍ୟକ୍ଷ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ପ୍ରସ୍ତାବ କ୍ରମେ କେବଳ ପୁରୀରେ ଜନସାଧାରଣଙ୍କ ଯୋଗଦାନ ବ୍ୟତିରେକେ ରଥଯାତ୍ରା ଅନୁଷ୍ଠିତ ହୁଏ, ତେବେ ରାଜ୍ୟ ସରକାର ଏଥିଲାଗି ଆବଶ୍ୟକୀୟ ବ୍ୟବସ୍ଥା ଗ୍ରହଣ କରିବେ।

ଅନ୍ୟପକ୍ଷରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ସୁପ୍ରିମ୍‌ କୋର୍ଟରେ ଉପସ୍ଥିତ ରହି ବିଚାରପତିଙ୍କୁ କହିଥିଲେ ଯେ ରଥଯାତ୍ରା ପରମ୍ପରା ଶତାବ୍ଦୀ ଶତାବ୍ଦୀ ଧରି ଚାଲି ଆସିଛି। ଏହାକୁ ଏପରି ହଠାତ୍‌ ବନ୍ଦ କରି ଦିଆଯାଇ ପାରିବ ନାହିଁ। ଯଦି ଚଳିତ ବର୍ଷ ରଥଯାତ୍ରାକୁ ବନ୍ଦ ରଖାଯାଉଛି ତେବେ ବିଧି ମୁତାବକ ଶ୍ରୀଜିଉମାନେ ଆଉ ଆସନ୍ତା ୧୨ ବର୍ଷ ପାଇଁ ରଥଯାତ୍ରରେ ବାହାରି ପାରିବେ ନାହିଁଁ। ତେଣୁ, କୋଭିଡ୍‌- ୧୯ ସଂକ୍ରମଣକୁ ରୋକିବା ପାଇଁ ପୁରୀରେ ଗୋଟିଏ ଦିନ ପାଇଁ କର୍ଫ୍ୟୁ ଜାରି କରାଯାଇ ଭକ୍ତଙ୍କ ବିନା ରଥଯାତ୍ରାର ଆୟୋଜନ କରାଯାଉ ବୋଲି ଯୁକ୍ତି ବାଢ଼ିଥିଲେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା।