କନକ ବ୍ୟୁରୋ: ପୁରୀ ଶରଧାବାଲିରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ଘଟଣାରେ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି । ଏହାସହ ପରଲୋକଗତ ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ଏପରିକି ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି ।
ପୁରୀରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ବିଶ୍ଵ ପ୍ରସିଦ୍ଧ । ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି । ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ଼ କାରଣରୁ ତିନି ଜଣ ଶ୍ରଦ୍ଧାଳୁଙ୍କ ପରଲୋକ ଘଟିଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ କୁହାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024-08-22t112507373z-whatsapp-image-2024-08-22-at-45429-pm.jpeg)
/kanak/media/media_files/2025/06/29/56ss-2025-06-29-14-09-36.jpg)