ଶରଧାବାଲି ଅଘଟଣ; ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ସହାୟତା ଘୋଷଣା

Advertisment

ଏହାସହ ପରଲୋକଗତ ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି ।

ଏହାସହ ପରଲୋକଗତ ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି ।

56SS

KANAK NEWS

କନକ ବ୍ୟୁରୋ: ପୁରୀ ଶରଧାବାଲିରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ଘଟଣାରେ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି । ଏହାସହ ପରଲୋକଗତ ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ଏପରିକି ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି ।

ପୁରୀରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ବିଶ୍ଵ ପ୍ରସିଦ୍ଧ । ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି । ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ଼ କାରଣରୁ ତିନି ଜଣ ଶ୍ରଦ୍ଧାଳୁଙ୍କ ପରଲୋକ ଘଟିଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ କୁହାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe