କନକ ବ୍ୟୁରୋ : ରଥ ଉପରେ ଠାକୁରଙ୍କ ଅଧରପଣା ନୀତି ସମ୍ପର୍ଣ୍ଣ ହୋଇଛି । ପାର୍ଶ୍ୱ ଦେବାଦେବୀ ଓ ଅନ୍ୟାନ୍ୟ ଚଣ୍ଡୀ ଚାମୁଣ୍ଡାଙ୍କୁ ଶାନ୍ତି କରିବା ପାଇଁ ଅଧରପଣା କରାଯାଇ ଅଧର ହାଣ୍ଡିକୁ ରଥ ଉପରେ ଭଙ୍ଗାଯାଇଛି । ସ୍ୱତନ୍ତ୍ର ଭାବେ ଏହି ପଣାକୁ ଶ୍ରୀବିଗ୍ରହଙ୍କର ଅଧର ପର୍ଯ୍ୟନ୍ତ ନିର୍ମିତ ୩ଟି ତୁମ୍ଭକାର ହାଣ୍ଡିରେ ପ୍ରସ୍ତୁତ କରାଯାଇଥାଏ ।
ବଡଓଡ଼ିଆ ମଠ, ରାଘବଦାସ ମଠ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରଦତ୍ତ ଛେନା, ଛାଚି, କ୍ଷୀର, ସର, ଗୋଲମରିଚ, କର୍ପୁର, ଜାଇଫଳ, କଦଳୀ ଆଦିକୁ ମିଶ୍ରଣ କରାଯାଇ ପଣା ପ୍ରସ୍ତୁତ କରାଯାଏ । ବିଶ୍ୱାସ ରହିଛି ଯଜ୍ଞ ପୂଜା ଦ୍ୱାରା ରଥଯାତ୍ରା ସମୟରେ ଶ୍ରୀଜିଉମାନଙ୍କ ସହିତ ବହୁ ଦେବାଦେବୀ, ଚଣ୍ଡୀ ଚାମୁଣ୍ଡା ଯାତ୍ରା କରିଥାନ୍ତି । ସେମାନଙ୍କ ସନ୍ତୁଷ୍ଟି ପାଇଁ ଅଧରପଣା କରାଯାଇ ରଥ ଉପରେ ହାଣ୍ଡି ଭଙ୍ଗାଯାଏ । ଆସନ୍ତାକାଲି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ । ନବଦିନାତ୍ମକ ଯାତ୍ରା ସାରି ରତ୍ନସିଂହାସନକୁ ବାହୁଡ଼ିବେ । ବୁଧବାରଠୁ ଶ୍ରୀମନ୍ଦିରରେ ପୁଣି ମିଳିବ ନୀଳାଚଳ ଅବଢା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)
/kanak/media/media_files/2025/07/07/adhara-pana-preparation-2025-07-07-20-47-32.jpg)