ଆଜି ବସିବ ରତ୍ନଭଣ୍ଡାର ତଦାରଖ କମିଟି ବୈଠକ ; କେବେଠୁ ଯାଞ୍ଚ ଓ ମରାମତି ହେବ, ସେନେଇ ବାଜିପାରେ ମୋହର

Advertisment
ଆଜି ବସିବ ରତ୍ନଭଣ୍ଡାର ତଦାରଖ କମିଟି ବୈଠକ ; କେବେଠୁ ଯାଞ୍ଚ ଓ ମରାମତି ହେବ, ସେନେଇ ବାଜିପାରେ ମୋହର

କନକ ବ୍ୟୁରୋ: ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଆଜି ପୂର୍ବାହ୍ନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ଅଧ୍ୟକ୍ଷତା କରିବେ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏଏସଆଇ ଅଧିକାରୀମାନେ ଯୋଗଦେବେ। ବାହାର ଓ ଭିତର ଭଣ୍ଡାରରୁ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତରିତ ହୋଇସାରିଛି। ଏଏସଆଇ ପକ୍ଷରୁ ପ୍ରାଥମିକ ଯାଞ୍ଚ ଆରମ୍ଭ ହୋଇଥିବା ବେଳେ କେବେ ଏହାର ମରାମତି ହେବ, ସେ ନେଇ ଆଜିର ବୈଠକରେ ଆଲୋଚନା କରାଯିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe