କନକ ବ୍ୟୁରୋ : ଶକ୍ତିକାନ୍ତ ଦାସ ‘ଗଭର୍ଣ୍ଣର ଅଫ ଦ ଇୟର’ ବିବେଚିତ । ସେଣ୍ଟ୍ରାଲ ବ୍ୟାଙ୍କିଂ ଲଣ୍ଡନ ଦ୍ୱାରା ଶକ୍ତିକାନ୍ତ ଦାସ ବିବେଚିତ ହୋଇଛନ୍ତି । ଏବେ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଅଛନ୍ତି ଶକ୍ତିକାନ୍ତ ଦାସ । ୨୦୧୮ ଡିସେମ୍ବର ୧୧ତାରିଖରେ ସେ ଭାରତର ୨୫ତମ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ନିଯୁକ୍ତ ହୋଇଥିଲେ ।

Advertisment

୧୯୮୦ମସିହାରେ ଶକ୍ତିକାନ୍ତ ତାମିଲନାଡୁ କ୍ୟାଡ଼ରରୁ ଭାରତୀୟ ପ୍ରଶାସନିକ ସେବାରେ ଯୋଗ ଦେଇଥିଲେ । ତାମିଲନାଡୁ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ସଚିବ ଭାବରେ କାର୍ଯ୍ୟ କରି ସେ ୨୦୧୭ ମେ ୨୮ତାରିଖରେ ସେବାନିବୃତ ହୋଇଥିଲେ । ଅବସରପରେ, ଭାରତ ସରକାର ତାଙ୍କୁ ପଞ୍ଚଦଶ ଅର୍ଥ ଆୟୋଗର ସଚିବ ଭାବରେ ନିଯୁକ୍ତି ଦେଇଥିଲେ ।

ସେହିପରେ ସେ ଜି-୨୦ ସମ୍ମିଳନୀରେ ଭାରତର "ସେରପା" ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି । ଭାରତ ସରକାରଙ୍କ ବିମୁଦ୍ରୀକରଣ-୨୦୧୬ ତଥା ବସ୍ତୁ ଏବଂ ସେବା କର(ଜିଏସଟି)-୨୦୧୭ ଲାଗୁ କରେଇବାରେ ଶକ୍ତିକାନ୍ତ ପ୍ରମୁଖ ଭୂମିକା ନିର୍ବାହ କରିଥିଲେ ।