କନକ ବ୍ୟୁରୋ: ଆଜିର ଆଇପିଏଲ ମ୍ୟାଚରେ ମୁହାଁମୁହିଁ ହେବେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ପଞ୍ଜାବ କିଙ୍ଗସ । ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ବାଙ୍ଗାଲୋର ଦଳ । ତେଣୁ ପ୍ରଥମେ ବ୍ୟାଟିଂ କରିବାକୁ ମୈଦାନକୁ ଓହ୍ଲାଇବ ପଞ୍ଜାବ କିଙ୍ଗସ । ଉଭୟ ଦଳ ପାଇଁ ଏହି ମ୍ୟାଚ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ । ଉଭୟ ଦଳ ଏହି ମ୍ୟାଚରେ ବିଜୟୀ ହୋଇ ପଏଣ୍ଟଟେବୁଲର ଉପରକୁ ଉଠିବାକୁ ଚେଷ୍ଟା କରିବେ ।
ଚଳିତ ଆଇପିଏଲରେ ଉଭୟ ଦଳ ୬ଟି ଲେଖାଏଁ ମ୍ୟାଚ ଖେଳିଛନ୍ତି । ଯେଉଁଥିରେ ବାଙ୍ଗାଲୋର ୫ଟିରେ ବିଜୟୀ ହୋଇ ଗୋଟିଏରେ ପରାଜିତ ହୋଇ ପଏଣ୍ଟ ଟେବୁଲର ତୃତୀୟ ସ୍ଥାନରେ ରହିଛି । ସେହିପରି ପଞ୍ଜାବ ୨ଟି ବିଜୟ ଓ ୪ଟି ପରାଜୟ ସହ ପଏଣ୍ଟ ଟେବୁଲର ଷଷ୍ଠ ସ୍ଥାନରେ ରହିଛି । ଆଜିର ମ୍ୟାଚ ଜିତି ବାଙ୍ଗାଲୋର ପଏଣ୍ଟ ଟେବୁଲର ଶୀର୍ଷକୁ ଉଠିବାକୁ ଚେଷ୍ଟା କରିବ । ସେପଟେ ପଞ୍ଜାବ ପ୍ଲେ ଅଫ ପାଇଁ ସଂଘର୍ଷ କରିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/04/927198-kl-rahul-and-virat-kohli.jpg)