ରାଜ୍ୟରେ କରୋନା ସଂକ୍ରମଣର ଅଲୋଡା ରେକର୍ଡ : ୨୪ ଘଂଟାରେ ଚିହ୍ନଟ ହେଲେ ୧୨, ୫୨୩ ସଂକ୍ରମିତ

282

କନକ ବ୍ୟୁରୋ :  ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୨,୫୨୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଙ୍ଗରୋଧରୁ ୭୦୧୨ ଚିହ୍ନଟ ହୋଇଥିବା ବେଳେ ୫୫୧୧ଜଣ ହେଉଛନ୍ତି ସ୍ଥାନୀୟ ଆକ୍ରାନ୍ତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟାରେ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୪୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୦୮୪ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି ।

ଅପରପକ୍ଷରେ ଅନୁଗୁଳରୁ ୯୩୦, ବରଗଡ଼ରୁ ୩୧୫, ଭଦ୍ରକରୁ ୧୭୭, ବାଲେଶ୍ୱରରୁ ୫୧୦, ବଲାଙ୍ଗୀରରୁ ୨୯୬, ବୌଦ୍ଧରୁ ୩୬୫, ଦେବଗଡ଼ରୁ ୧୦୬, ଢେଙ୍କାନାଳରୁ ୧୩୨, ଗଜପତିରୁ ୫୩, ଗଞ୍ଜାମରୁ ୩୬୯, ଜଗତସିଂହପୁରରୁ ୩୨୫, ଯାଜପୁରରୁ ୪୧୯, ଝାରସୁଗୁଡ଼ାରୁ ୩୭୩ , କଳାହାଣ୍ଡିରୁ ୪୯୧, କନ୍ଧମାଳରୁ ୧୦୦, କେନ୍ଦ୍ରାପଡ଼ାରୁ ୧୯୫ କେନ୍ଦୁଝରରୁ ୨୩୨, କୋରାପୁଟରୁ ୨୩୩, ମାଲକାନଗିରିରୁ ୭୩, ମୟୂରଭଞ୍ଜରୁ ୫୪୬, ନବରଙ୍ଗପୁରରୁ ୩୮୩, ନୟାଗଡ଼ରୁ ୩୧୫, ନୂଆପଡ଼ାରୁ ୧୨୯, ପୁରୀରୁ ୫୬୮, ରାୟଗଡ଼ାରୁ ୩୨୧, ସମ୍ବଲପୁରରୁ ୪୦୦, ସୋନପୁରରୁ ୨୦୨, ସୁନ୍ଦରଗଡ଼ରୁ ୭୧୫ଜଣ ଓ ଷ୍ଟେଟ୍ ପୁଲରୁ ୩୨୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬,୬୮,୪୨୨ରେ ପହଞ୍ଚିଥିବା ବେଳେ ୫,୫୬,୫୦୧ ଜଣ ସୁସ୍ଥ ହୋଇ ସାରିଲେଣି । ରାଜ୍ୟରେ ଏବେ ୧ଲକ୍ଷ ୯୪୩୮ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାଯାଇଛି ।