ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା : ଚାନ୍ଦବାଲିରେ ସର୍ବାଧିକ ୧୨୨ ମିଲିଲିଟର ବର୍ଷା ରେକର୍ଡ଼

133

କନକ ବ୍ୟୁରୋ : ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଚାନ୍ଦବାଲିରେ ସର୍ବାଧିକ ୧୨୨. ୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ଭୁବନେଶ୍ୱରରେ ୭୦.୮ ମିଲିମିଟର, ସୋନପୁରରେ ୭୦ ମିଲିମିଟର, ଅନୁଗୁଳରେ ୬୦ ମିମି, ସମ୍ବଲପୁରରେ ୫୮.୬ ମିମି, କଟକରେ ୫୫.୪ ମିଲିମିଟର ରେକର୍ଡ କରାଯାଇଛି । ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ୮ଟି ଜିଲ୍ଲାକୁ ଜାରି କରିଛି ରେଡ ଆଲର୍ଟ ।

ରେଡଆଲର୍ଟ ଜାରି ହୋଇଥିିବା ଜିଲ୍ଲାଗୁଡିକ ହେଲା ସମ୍ବଲପୁର, ଦେବଗଡ, ସୋନପୁର, ଅନୁଗୁଳ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଓ ଢ଼େଙ୍କାନାଳ । ଏଥିପାଇଁ ବର୍ଷା ଜନିତ ସମ୍ଭାବ୍ୟ ବନ୍ୟା ଓ ଜଳବନ୍ଦୀ ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ,ବୌଦ୍ଧ, ବଲାଙ୍ଗୀର, ନୂଆପଡା, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁରରେ ବି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।