କନକ ବ୍ୟୁରୋ: ଅସହ୍ୟ ଗ୍ରୀଷ୍ମ ପ୍ରବାହ ପାଇଁ ଟ୍ୱିନସିଟିକୁ ରେଡ୍ ଆଲର୍ଟ । ଆଜି ଉଭୟ ଭୁବନେଶ୍ୱର ଓ କଟକ ସହରରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ସେଥିପାଇଁ ଭୁବନେଶ୍ୱର ଓ କଟକ ପାଇଁ ରେଡ୍ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆଜି ୧୧ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ୪୧ ଦଶମିକ ୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଏହା ସହ ୫ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୩୦ ତାରିଖ ପର୍ଯ୍ୟନ୍ତ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ଅସହ୍ୟ ତାତି ପାଇଁ ଉତର ଓଡ଼ିଶା, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ମଧ୍ୟ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।
କଟକ ଓ ଭୁବନେଶ୍ୱରରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ । ଟ୍ୱିନସିଟି ପାଇଁ ରେଡ୍ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
/kanak/media/post_attachments/wp-content/uploads/2024/04/39-8.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)