କନକ ବ୍ୟୁରୋ: ଯନ୍ତ୍ରୀଙ୍କ ସୁନା ସଉକ । ପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ। ଭୁବନେଶ୍ୱର ଘରୁ କେଜି କେଜି ସୁନା, ରୁପା, ହୀରା ଏବଂ ନଗଦ ଟଙ୍କା ଜବତ ହୋଇଛି। ଏଥିସହ ସାମ୍ନାକୁ ଆସିଛି ମର୍ସିଡିଜ କାର । ପୂର୍ବତନ ମୁଖ୍ୟ ଯନ୍ତ୍ରୀଙ୍କ ନାଁରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା । ଏହାପରେ ସ୍ବତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ରେଡ୍ କରିଛି। ଏହି ଚଢାଉରେ ୧୨ ଜଣ ଡିଏସପି, ୧୨ ଜଣ ଇନ୍ସପେକ୍ଟର, ୧୬ ଜଣ ଏଏସ୍ଆଇ ଓ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି। ଭୁବନେଶ୍ୱର, କଟକ ଓ ଝାରସୁଗୁଡ଼ାର ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। ରାଜଧାନୀ ଭୁବନେଶ୍ବରର ନୟାପଲ୍ଲୀ ଏବଂ ଖଣ୍ଡଗିରିରେ ମୋଟ୍ ୪ଟି ସ୍ଥାନରେ, ଝାରସୁଗୁଡା ଆସିଆନା ଆପାର୍ଟମେଣ୍ଟର ୩ଟି ଫ୍ଲାଟ ଏବଂ କଟକ ଆଠଗଡ ସ୍ଥିତ ପୈତୃକ ଘର ଏବଂ ତିଗିରିଆରେ ସଂପର୍କୀୟଙ୍କ ଘରେ ରେଡ୍ ଚାଲିଛି ।
ପୂର୍ବତନ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ପୁଳାପୁଳା ସୁନା । ହୀରା ଗହଣା ଓ ନଗଦ ଟଙ୍କା ଦେଖି ଭିଜିଲାନ୍ସ ଜଳକା ।
Advertisment
Follow Us