କନକ ବ୍ୟୁରୋ: ଆସୁଛି ବାତ୍ୟା ଗୁଲାବ । ଏହାର ପ୍ରଭାବ ଓଡିଶାର କିଛି ଜିଲ୍ଲାରେ ପଡିବ । ଏନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଆଗାମୀ ୨୪ ଘଣ୍ଟା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ୭ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୭ ଜିଲ୍ଲାର କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି । ଏହି ସବୁ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ, କଳାହାଣ୍ଡି । ଏହି ୪ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେହିପରି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡାରେ ବର୍ଷା ହେବାର ସମ୍ଭାବନା ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/07/7-2.jpg)