କନକ ବ୍ୟୁରୋ: ଆସନ୍ତାକାଲି ଯାଏଁ ରାଜ୍ୟର ୭ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି । ଏହି ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ସମ୍ବଲପୁର, ଦେବଗଡ, ଅନୁଗୁଳ, ସୋନପୁର, ଢେଙ୍କାନାଳ, ଝାରସୁଗୁଡା, ବରଗଡ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ । ଏହି ସବୁ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ ।
ସେହିପରି ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବଲାଙ୍ଗୀର, ସୁନ୍ଦରଗଡ, ବୌଦ୍ଧ, କେନ୍ଦୁଝର, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକରେ ପ୍ରବଳ ବର୍ଷା ସମ୍ଭାବନା ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇ ଆଭ୍ୟନ୍ତରୀଣ ଓଡିଶା ମୁହାଁ ହୋଇଛି । ଫଳରେ ଆଜିଠୁ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ଲାଗି ରହିଛି । ସେହିପରି ଦୁଇ ଦିନ ହେବ ଉପକୂଳ ଓଡିଶାରେ ୁପ୍ରବଳ ବର୍ଷା ରେକର୍ଡ କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2021/09/34-14.jpg)