କନକ ବ୍ୟୁରୋ: ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଜୁଳି, ଘଡଘଡି ସହ କୁଆପଥର ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ବଜ୍ରପାତରୁ ସୁରକ୍ଷିତ ରହିବା ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସତର୍କ ସୂଚନା ଜାରି ହୋଇଛି ।

Advertisment