ଜଳେଶ୍ୱରରେ ଖୋଲିଲା ରିଲାଏନ୍ସ ଟ୍ରେଣ୍ଡସ୍। ପ୍ରଥମ ଦିନରେ ସ୍ୱତନ୍ତ୍ର ଉଦଘାଟନୀ ଅଫର 

373

କନକ ବ୍ୟୁରୋ: ଭାରତର ବୃହତ୍ତମ ତଥା ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡସ ଓଡ଼ିଶାର ବାଲେଶ୍ୱରର ଜଳେଶ୍ୱରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି ।

ଟ୍ରେଣ୍ଡସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି । ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି ।

ଜଳେଶ୍ୱର ସହରରେ ଏହି ଟ୍ରେଣ୍ଡସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି । ଜଳେଶ୍ୱର ସହର ତଥା ନିକଟବର୍ତୀ ଅଞ୍ଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ ।

ଜଳେଶ୍ୱର ସହରରେ ଟ୍ରେଣ୍ଡସର ନୂଆ ଷ୍ଟୋର ୬୦୪୭ ବର୍ଗଫୁଟ ପରିମିତି ରହିଛି । ଏହି ଦୁଇଟି ନୂଆ ଟ୍ରେଣ୍ଡସ ଷ୍ଟୋର ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି । ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ । କେବଳ ସେତିକି ନୁହେଁ, ୨୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୧୫୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ ।