କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ତୀବ୍ର ଅବପାତ ବାତ୍ୟା ‘ରେମାଲ’ରେ ପରିଣତ ହୋଇଛି । କିଛି ସମୟ ମଧ୍ୟରେ ଏହା ଭୀଷଣ ବାତ୍ୟାରେ ପରିଣତ ହେବା ସହ ମଧ୍ୟରାତ୍ରୀରେ ପଶ୍ଚିମବଙ୍ଗର ସାଗର ଦ୍ୱୀପ ଓ ବାଂଲାଦେଶର ଖେପୁପାରା ମଧ୍ୟରେ ସ୍ଥଳଭାଗ ଛୁଇଁବ । ଉତ୍ତର-ପଶ୍ଚିମ ଓ ସଂଲଗ୍ନ ଉତର-ପୂର୍ବ ବଙ୍ଗୋପସାରରେ ବାତ୍ୟା ଅଧିକ ଘନୀଭୂତ ହେବା ସହ ୧୨ କିଲୋମିଟର ବେଗରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ଗତି କରୁଛି । ବର୍ତ୍ତମାନ ଏହାର ପଶ୍ଚିମବଙ୍ଗ ସାଗରଦ୍ୱୀପ ଠାରୁ ୩୦୦ ଏବଂ ବାଂଲାଦେଶ ଖେପୁପାରା ଠାରୁ ୩୧୦ କିମି ଦୂରରେ ରହିଛି । ମଧ୍ୟରାତ୍ରିରେ ଏହା ଭୀଷଣ ବାତ୍ୟା ରୂପରେ ସ୍ଥଳଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ୧୧୦ରୁ ୧୨୦ କିଲୋମିଟର ପ୍ରତିଘଂଟା ରହିବ । ସମୟ ସମୟରେ ଏହା ୧୩୫ କିଲୋମିଟର ପ୍ରତିଘଣ୍ଟା ଛୁଇଁବ ବୋଲି ମଧ୍ୟ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।
ଏହି ଭୀଷଣ ବାତ୍ୟାର ପ୍ରଭାବ ସିଧାସଳଖ ଓଡ଼ିଶା ପଡୁନଥିଲେ ମଧ୍ୟ ଉପକୂଳ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥି ସହିତ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ପବନ ବେଗ ୪୦ରୁ କିଲୋମିଟର ପ୍ରତିଘଂଟା ରହିବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥି ସହିତ ରାଜ୍ୟର ସମସ୍ତ ବନ୍ଦର ଗୁଡିକୁ ୧ନଂ ବିପଦ ସଙ୍କେତ ଜାରି କରାଯାଇଥିବା ବେଳେ ୨୭ ତାରିଖ ଯାଏ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀ ମାନଙ୍କୁ ମଧ୍ୟ ବାରଣ କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/05/5-36.jpg)