ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ: ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡାକଡି; ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍ ପାଇଁ କମିସନରେଟ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ବୈଠକରେ ସ୍ଥିତି ଅନୁଧ୍ୟାନ କଲେ ଗୃହମନ୍ତ୍ରୀ ଅମିତ ଶାହା । ଆନ୍ଦୋଳନରତ କୃଷକ ଟ୍ରାକ୍ଟର ରାଲି ପାଇଁ ତୟାର

175

କନକ ବ୍ୟୁରୋ: କୋଭିଡ କଟକଣା ଭିତରେ ଆଜି ସାରା ଦେଶ ପାଳୁଛି ସାଧାରଣତନ୍ତ୍ର ଦିବସ । ୧୯୫୦ ମସିହା ଜାନୁଆରୀ ୨୬ ତାରିଖରେ ଦେଶରେ ସମ୍ବିଧାନ ପ୍ରଣୟନ କରାଯାଇଥିଲା । ସେହି ଦିନକୁ ରାଷ୍ଟ୍ରୀୟ ଉତ୍ସବ ଭାବେ ପାଳନ କରାଯାଉଛି ।

ଆଜି ସାଧାରଣତନ୍ତ୍ର ଦିବସ । ରାଜଧାନୀରେ ଆୟୋଜନ ହେବ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ । ଏଥର କୋଭିଡ କଟକଣା ଭିତରେ ହେବ ପରେଡ ଉତ୍ସବ । ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍ ପାଇଁ କମିସନରେଟ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ପରେଡ୍ ସ୍ଥଳରେ ୨୫ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ । ତା ସହିତ କାଉଂଟର ଟେରରିଷ୍ଟ ସ୍କ୍ୱାଡ୍, ସ୍ପେସାଲ ଟେକ୍ଟିକାଲ ୟୁନିଟ, ସ୍ୱତନ୍ତ୍ର ତାଲିମପ୍ରାପ୍ତ ଏସଓଜି ଯବାନ, ସାଦା ପୋଷାକଧାରୀ ପୁଲିସ, ସନ୍ଧାନୀ କୁକୁର, ବୋମା ନିଷ୍କ୍ରିୟକାରୀ ଦଳ, ରୁଫଟପ ସିକ୍ୟୁରିଟି, ସାର୍ପ ସୁଟର୍ ମୁତୟନ ରହିବେ ।

ତେବେ ପରେଡ଼ ସ୍ଥଳରେ ଚାରିପଟ ଓ ଆଖପାଖ ଅଂଚଳ ସିସିଟିଭି ନିୟନ୍ତ୍ରଣରେ ରହିବ । ପରେଡସ୍ଥଳ ନିକଟରେ ସିସିଟିଭି ନିୟନ୍ତ୍ରଣ କକ୍ଷ ସ୍ଥାପନ ହେବ । ସେହିପରି ଟ୍ରାଫିକ ପକ୍ଷରୁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ରବିନ୍ଦ୍ର ମଣ୍ଡପ, ଆଇଜି ପାର୍କ ପଟୁ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ । ପରେଡସ୍ଥଳକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ କରି ଦିଆଯିବ ।