ସାଧାରଣତନ୍ତ୍ର ଦିବସ: କିଏ କେଉଁଠି କରିବେ ପତାକା ଉତ୍ତୋଳନ? 

295

କନକ ବ୍ୟୁରୋ: ଆସନ୍ତା ଜାନୁଅରୀ ୨୬ ଅର୍ଥାତ ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଭୁବନେଶ୍ୱରର ଲୋୟର ପିଏମଜିରେ ପତାକା ଉତ୍ତୋଳନ କରିବେ। ଏହାବାଦ୍ ୨୦ଜଣ ମନ୍ତ୍ରୀ ୨୦ଟି ଜିଲ୍ଲାର ସଦର ମହକୁମାରେ, ୩ଟି ସ୍ଥାନରେ ଆରଡିସି ଏବଂ ୯ଟି ଜିଲ୍ଲାରେ ସ୍ଥାନୀୟ ଜିଲ୍ଲାପାଳ ପତାକା ଉତ୍ତୋଳନ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ, ସମ୍ବଲପୁରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, କଟକରେ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ନୟାଗଡରେ ଖଣି ଓ ଇସ୍ପାତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ମୟୂରଭଞ୍ଜରେ ଖାଦ୍ୟ ଯୋଗାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବରଗଗଡରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଅନୁଗୁଳରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ସୋନପୁରରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ, କେନ୍ଦୁଝରରେ ରାଜସ୍ୱ ବିଭାଗ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ସୁନ୍ଦରଗଡରେ ଶ୍ରମ ଓ ଗ୍ରାମ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ନୂଆପଡାରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ଗଞ୍ଜାମରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ମାଲକାନଗିରିରେ ମନ୍ତ୍ରୀ ଜଗନ୍ନାଥ ସାରକା, ରାୟଗଡାରେ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ବାଲେଶ୍ୱରରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଜଗତସିଂହପୁରରେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିହଗ୍ରାହୀ, କନ୍ଧମାଳରେ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ପୁରୀରେ ମନ୍ତ୍ରୀ ରଘୁନନ୍ଦନ ଦାସ, ନବରଙ୍ଗପୁରରେ ମନ୍ତ୍ରୀ ପଦ୍ମିନୀ ଦିଆନ, କୋରାପୁଟରେ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା ।

ସେହିପରି ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆରଡିସି, ରାଉରକେଲାରେ ଉତ୍ତରାଞ୍ଚଳ ଆରଡିସି, ଖୋର୍ଦ୍ଧାରେ କେନ୍ଦ୍ରାଞ୍ଚଳ ଆରଡିସି, ବଲାଙ୍ଗୀର, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡିରେ ସ୍ଥାନୀୟ ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରିବେ।