ମହାନଦୀରେ ଯାତ୍ରୀବାହୀ ଡଙ୍ଗା ବୁଡି ଜଣେ ମୃତ, ୭ ନିଖୋଜ । ନିଖୋଜ ବ୍ୟକ୍ତିଙ୍କୁ ଖୋଜିବାକୁ ଏବେବି ଚାଲିଛି ରେସକ୍ୟୁ ଅପରେସନ ।

118

କନକ ବ୍ୟୁରୋ: ମହାନଦୀରେ ଡଙ୍ଗା ବୁଡି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଏବେବି ନିଖୋଜ ଅଛନ୍ତି । ଝାରସୁଗୁଡା ଲଖନପୁର ସ୍ଥିତ ଶରଧା ନିକଟ ମହାନଦୀରେ ଘଟିଛି ଏଭଳି ଏକ ଦୁଃଖଦ ଅଘଟଣ । ସୂଚନା ଅନୁସାରେ, ଡଙ୍ଗାରେ ପାଖାପାଖି ୫୦ଜଣ ଯାତ୍ରୀ ଥିବାବେଳେ ଡଙ୍ଗାଟି ବୁଡି ଯାଇଥିଲା । ତେବେ ସ୍ଥାନୀୟ ମତ୍ସ୍ୟଜୀବୀ ପ୍ରାୟ ୪୦ଜଣଙ୍କୁ ଉଦ୍ଧାର କରିଛନ୍ତି । ହେଲେ, ଦୁର୍ଭାଗ୍ୟବସତଃ ଜଣଙ୍କର ମୃତ୍ୟୁ ହୋଇଛି । ଆଉ ୬ ଜଣ ନିଖୋଜ ଅଛନ୍ତି ।

ଡଙ୍ଗାରେ ଅନେକ ମହିଳା ଏବଂ ଶିଶୁ ମଧ୍ୟ ଥିଲେ । ତେଣୁ ସେମାନଙ୍କୁ ଉଦ୍ଧାର କରିବା କଷ୍ଟକର ହୋଇଥିବା କୁହାଯାଉଛି । ଘଟଣାସ୍ଥଳରେ ଓଡ୍ରାଫ ଟିମ୍ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଭୁବନେଶ୍ୱରରୁ ଏକ ସ୍କୁବା ଡାଇଭର ଟିମ୍ ଘଟଣାସ୍ଥଳକୁ ଯାଇଛନ୍ତି ।