ମୟୂରଭଞ୍ଜ ବେଢ଼ାକୁଦର ଗାଁରେ ନାହିଁନଥିବା ଉତ୍ସାହ । ଘରେ ପହଞ୍ଚିଲେ ଉତ୍ତରକାଶୀ ସୁଡ଼ଙ୍ଗରୁ ଉଦ୍ଧାର ଶ୍ରମିକ ।

147

କନକ ବ୍ୟୁରୋ: ମୟୂରଭଞ୍ଜ ବେଢ଼ାକୁଦ ଗାଁରେ ପହଞ୍ଚିିଲେ ଉତ୍ତରକାଶୀ ସୁଡ଼ଙ୍ଗରୁ ଉଦ୍ଧାର ଶ୍ରମିକ । ଦୀର୍ଘଦିନ ପରେ ଘରକୁ ଫେରିଥିବାରୁ ଉତ୍ସାହିତ ଅଛନ୍ତି ପରିବାର ଲୋକ । ପ୍ରଥମ ପର୍ଯ୍ୟାୟରେ ଓଡ଼ିଶା ଫେରିଛନ୍ତି ୪ ଶ୍ରମିକ ।

ଭଗବାନ ଭତ୍ରା, ଧୀରେନ ନାୟକ, ରାଜୁ ନାୟକ ଏବଂ ବିଶ୍ୱେଶ୍ୱର ନାୟକ ଗତକାଲି ଓଡ଼ିଶା ଫେରିଛନ୍ତି । ଗତକାଲି ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରମିକଙ୍କୁ ସ୍ୱାଗତ କରାଯାଥିଲା । ସମସ୍ତ ଶ୍ରମିକଙ୍କୁ ସୁରକ୍ଷିତ ପହଁଚାଇବାର ଦାୟିତ୍ୱ ନେଇଛନ୍ତି ସରକାର । ବିମାନ ବନ୍ଦରରୁ ଶ୍ରମିକମାନଙ୍କୁ ସର୍କିଟ ହାଉସକୁ ନିଆଯାଇଥିଲା । ସେଠାରେ ଶ୍ରମିକମାନେ ମଧ୍ୟାହ୍ନ ଭୋଜନ କରିଥିଲେ । ଏହାପରେ ଶ୍ରମିକମାନେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିବା ସହ ପ୍ରତିଟି ଶ୍ରମିକଙ୍କୁ ହିରୋ ବୋଲି କହିଛନ୍ତି । ପ୍ରତିକୂଳ ପରିସ୍ଥିତିରେ କିପରି ସେମାନେ ନିଜର ଜୀବନ ପାଇଁ ସଂଗ୍ରାମ କରି ବିଜୟୀ ହୋଇଛନ୍ତି, ତାହା ପ୍ରେରଣାଦାୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରତ୍ୟେକ ଶ୍ରମିକଙ୍କୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି ।

ଉତ୍ତରକାଶୀ ଟନେଲରେ କାମ କରୁଥିବା ବେଳେ ୪୧ ଜଣ ଶ୍ରମିକ ଫସି ରହିଥିଲେ । ତେବେ ୧୭ ଦିନ ପରେ ସେମାନଙ୍କୁ ଏଠାରୁ ଉଦ୍ଧାର କରାଯାଇଥିଲା । ୪୧ ଜଣ ଶ୍ରମିକଙ୍କ ମଧ୍ୟରେ ଓଡ଼ିଶାର ଏହି ୫ ଜଣ ଶ୍ରମିକ ଥିଲେ ।