କନକ ବ୍ୟୁରୋ : ଆନ୍ଧ୍ରପ୍ରଦେଶର ବିଜୟନଗରମରେ ହୋଇଥିବା ଟ୍ରେନ୍ ଦୁର୍ଘଟଣାରେ ଅନେକ ଲୋକଙ୍କ ଜୀବନ ଯାଇଥିବା ବେଳେ ମୃତ୍ୟୁ ସଂଖ୍ୟା ଆହୁରି ବଢିବା ନେଇ ଆସଂକା ରହିଛି । ଟ୍ରେନ୍ ଭିତରେ ଆହୁରି ଲୋକ ଫସି ରହିଥିବା ସୂଚନା ମିଳିଛି । ଆଉ ଏହାରି ଭିତରେ ସ୍ଥିତି ପରଖିବା ପାଇଁ ଦୁର୍ଘଟଣା ସ୍ଥଳରେ ପହଞ୍ଚିଛନ୍ତି ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି

Kanak News is now on WhatsApp
Join and get latest news updates delivered to you via WhatsApp
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଘଟଣାସ୍ଥଳକୁ ଗଲେ ରାଜସ୍ୱ ମନ୍ତ୍ରୀ । ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ମେଡିକାଲ ଯାଇ ଆହାତଙ୍କ ଭେଟିବେ ମନ୍ତ୍ରୀ ସୁଦାମ ମାର୍ଣ୍ଡି । ରାଜସ୍ୱ ମନ୍ତ୍ରୀଙ୍କ ସହ ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି ଏସଆରସି ଟିମ୍ ।