କନକ ବ୍ୟୁରୋ : ଗତକାଲିଠାରୁ ସାରା ଦେଶରେ କରୋନା ଟିକାକରଣ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦୀ ଦେଶରେ କୋଭିଡ୍‌-୧୯ ଟିକାକରଣ ଅଭିଯାନର ଶୁଭାରମ୍ଭ କରିବା ପରେ ଜାତୀୟ ରାଜଧାନୀ ଦିଲ୍ଲୀ ସମେତ ଦେଶବ୍ୟାପୀ ଟିକା ଦାନ ଆରମ୍ଭ ହୋଇଥିଲା। ଏହି ଟିକା ନିରାପଦ ବୋଲି ବୈଜ୍ଞାନିକ ଏବଂ ଡାକ୍ତରମାନେ କହିଥିବା ବେଳେ ଟିକା ନେବା ପରେ ପରେ ୫୧ଜଣଙ୍କ ପାଖରେ ପାଶ୍ୱର୍ ପ୍ରତିକ୍ରିୟା ଦେଖାଦେଇଥିବା କହିଛନ୍ତି ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ।

Advertisment

ତାଙ୍କ କହିବା ମୁତାବକ,  ପ୍ରଥମ ଦିନରେ ଦିଲ୍ଲୀରେ ୪,୩୧୯ଜଣଙ୍କୁ କରୋନା ଟିକା ଦିଆଯାଇଥିବା ବେଳେ ଜଣଙ୍କର ଗମ୍ଭୀର ପାଶ୍ୱର୍ ପ୍ରତିକ୍ରିୟା ଦେଖାଦେଇଥିଲା। ଏବେ ତାଙ୍କ ଏମ୍ସରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ରୋଗୀ ଜଣଙ୍କ ହସ୍ପିଟାଲରେ ସୁରକ୍ଷାଗାର୍ଡ ଭାବେ କାମ କରନ୍ତି। ତେବେ ପାର୍ଶ୍ବ ପ୍ରତିକ୍ରିୟା ଦେଖାଇଥିବା ୫୧ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇନାହିଁ ବୋଲି ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଟିକାକରଣ ପୂର୍ବରୁ ସରକାର ଦୁଇଟି କରୋନା ଟିକାକୁ ଅନୁମତି ଦେଇଥିଲେ। ସେରମ ଇନଷ୍ଟିଚ୍ୟୁଟ ଉତ୍ପାଦନ କରୁଥିବା ଅକ୍ସଫୋର୍ଡ-ଆଷ୍ଟ୍ରାଜେନେକା ଟିକା କୋିଭିସିଲ୍ଡ ଏବଂ ଭାରତ ବାୟୋ।ଟେକର କୋଭାକ୍ସିନର ଟିକାର ଜରୁରୀକାଳିନ ବ୍ୟବହାର ପାଇଁ ଅନୁମତି ଦିଆଯାଇଥିଲା। ଏହା ପରେ ଦେଶରେ ଡ୍ରାଏ ରନ ଆରମ୍ଭ ହୋଇଥିଲା। ପ୍ରଥମ ପର୍ୟ୍ୟାୟରେ ୩କୋଟି ସ୍ୱାସ୍ଥ୍ୟକର୍ମୀଙ୍କୁ କରୋନା ଟିକା ଦିଆଯିବାକୁ ଥିବା ବେଳେ ଏହା ପରେ ପରେ  ୫୦ବର୍ଷରୁ ଉର୍ଦ୍ଧ୍ବ ଏବଂ ଅନ୍ୟ ଗମ୍ଭୀର ରୋଗରେ ପୀଡ଼ିତ ଥିବା ୫୦ବର୍ଷରୁ କମ ବର୍ଷର ୨୭କୋଟି ଲୋକଙ୍କୁ କରୋନା ଟିକା ଦିଆଯିବ।