ପ୍ରଧାନମନ୍ତ୍ରୀ ମୋଦିଙ୍କ ଫୋନି ସମୀକ୍ଷା । ବୈଠକରେ ରାଜ୍ୟପାଳଙ୍କ ସମେତ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ, କ୍ଷୟକ୍ଷତି ନେଇ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା ।

534

କନକ ବ୍ୟୁରୋ : ବାତ୍ୟା ଫୋନିର ତାଣ୍ଡବ ପରେ ଆଜି ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ ପରେ ବିମାନବନ୍ଦରରେ ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସମେତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ରହିଛନ୍ତି । ପ୍ରାୟ ୧ ଘଣ୍ଟା ଧରି ବିମାନବନ୍ଦରରେ ସମୀକ୍ଷା ବୈଠକ ଚାଲିବ ।

ଏହି ବୈଠକରେ ଟେଲିକମ୍, ଶକ୍ତି, ସ୍ୱାସ୍ଥ୍ୟ ଓ ରେଳ ବିଭାଗର କେନ୍ଦ୍ରୀୟ ଅଧିକାରୀ ମାନେ ଉପସ୍ଥିତ ରହିଛନ୍ତି । କେନ୍ଦ୍ରୀୟ ଅଧିକାରୀଙ୍କ ସହ ରାଜ୍ୟର ବରିଷ୍ଠ ଅଧିକାରୀ ମାନେ ମଧ୍ୟ ଏହି ବୈଠକରେ ଉପସ୍ଥିତ ରହିଛନ୍ତି । ବୈଠକରେ ବାତ୍ୟା ଫୋନି ପରେ ଯେଉଁ କ୍ଷୟକ୍ଷତି ହୋଇଛି ସେନେଇ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି ।

ସମୀକ୍ଷା ବୈଠକରେ ପରେ ବାତ୍ୟା ଫୋନି ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଓ ଭୁବନେଶ୍ୱରର ସ୍ଥିତି ଆକାଶମାର୍ଗରୁ ଅନୁଧ୍ୟାନ କରିଛନ୍ତି ପ୍ରଧାନମନ୍ତ୍ରୀ । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବାତ୍ୟାର ସ୍ଥିତି ଅନୁଧ୍ୟାନ କରୁଛନ୍ତି ମୋଦି ।

ଆଜି ପାଖାପାଖି ସକାଳ ୮ଟା ୩୦ରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପିର ଅନ୍ୟ ବରିଷ୍ଠ ନେତା ମାନେ ମୋଦିଙ୍କୁ ସ୍ୱାଗତ କରିଥିଲେ । ଏହାପୂର୍ବରୁ ବାତ୍ୟା ଫୋନି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୩୪୦ କୋଟିର ଆଗୁଆ ସହାୟତା ରାଶି ଘୋଷଣା କରାଯାଇଥିଲା । କିନ୍ତୁ ଫୋନିର ତାଣ୍ଡବ ଯୋଗୁଁ କେତେ ଟଙ୍କାର ସମ୍ପତି ନଷ୍ଟ ହୋଇଛି ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।

Comments are closed.