କନକ ବ୍ୟୁରୋ : ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତୀଙ୍କୁ ମିଳିଲା ଜାମିନ । ଜାମିନ ପ୍ରଦାନ କଲେ ବମ୍ବେ ହାଇକୋର୍ଟ । ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ବମ୍ବେ ହାଇକୋର୍ଟ । ଲକ୍ଷେ ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ରିୟାଙ୍କୁ ଜାମିନ । ମୁମ୍ବାଇରୁ ବାହାରକୁ ଯିବା ପାଇଁ ଅନୁମତି ଜରୁରୀ । ଏହାସହ ନିଜର ପାସପୋର୍ଟ ଦାଖଲ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।
ଭାଇ ସୌଭିକଙ୍କ ଜାମିନ ଆବେଦନ ଖାରଜ । ଡ୍ରଗ୍ସ ମାମଲାରେ ଗିରଫ ହୋଇ ଜେଲରେ ଥିଲେ ରିୟା । ସେପ୍ଟେମ୍ବର ୯ରେ ଗିରଫ କରିଥିଲା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ । ତେବେ ସୁଶାନ୍ତଙ୍କ ମୃତ୍ୟୁ ପରେ ରିୟାଙ୍କୁ ନେଇ ସାରା ଦେଶରେ ଜୋରସୋରରେ ଚର୍ଚ୍ଚା ଚାଲିଥିଲା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/10/18-2.jpg)