ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ ନୀତି ଆରମ୍ଭ । ଧାଡ଼ି ପହଣ୍ଡିରେ ରଥକୁ ବିଜେ କଲେ ଚକ୍ରରାଜ ସୁଦର୍ଶନ

105

କନକ ବ୍ୟୁରୋ : ଶ୍ରୀକ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆରମ୍ଭ ହୋଇଯାଇଛି । ରଥଯାତ୍ରା ନୀତି ଗୁଡ଼ିକ ସୁପରିଚାଳିତ ଭାବେ ଅନୁଷ୍ଠିତ ହୋଇପାରିଥିବାରୁ ଧାର୍ଯ୍ୟ ସମୟ ପୂର୍ବରୁ ଶ୍ରୀଜିଉମାନଙ୍କ ପହଣ୍ଡି ବିଜେ ନୀତି ଆରମ୍ଭ ହୋଇଯାଇଛି । ମହାପ୍ରଭୁ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି । ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଛି । ଏହା ପରେ ଶ୍ରୀବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି । ଘଣ୍ଟ ଓ ଶଙ୍ଖର ଶବ୍ଦରେ ଶ୍ରୀମନ୍ଦିର ପରିସର ଏକ ଭକ୍ତିମୟ ପରିବେଶ ସୃଷ୍ଟି କରିଛି । ଶ୍ରୀସୁଦର୍ଶନ ରଥ ଉପରେ ବିଜେ କରିସାରିଛନ୍ତି ।

ସେପଟେ ଦୁଇବର୍ଷ ଧରି ଭକ୍ତଙ୍କ ରଥଯାତ୍ରା ଦର୍ଶନରୁ ବଞ୍ଚିତ ଥିବାରୁ ଚଳିତବର୍ଷ ୧୫ଲକ୍ଷରୁ ଅଧିକ ଭକ୍ତଙ୍କ ସମାଗମ ହେବା ପ୍ରାଥମିକ ଆକଳନ କରାଯାଇଛି । ସେହି ଅନୁଯାୟୀ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି । ୧୮୦ ପ୍ଲାଟୁନ ଫୋର୍ସ, ୧ହଜାର ପୁଲିସ ଅଧିକାରୀଙ୍କ ଉପରେ ଆଇନଶୃଙ୍ଖଳା ଦାୟିତ୍ବ ନ୍ୟସ୍ତ କରାଯାଇଛି । ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଆୟୋଜନ କରାଯାଇଛି । ସାଢ଼େ ୩ଟା ସୁଦ୍ଧା ଛେରା ପହଁରା ସରିବା ପରେ ଚାରମାଳ ଫିଟା, ଘୋଡ଼ା ଓ ସାରଥି ଲାଗି ୩ଟାରୁ ୪ଟା ଭିତରେ ଶେଷପରେ ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ ।