କନକ ବ୍ୟୁରୋ : ଟିଟିଲାଗଡ଼ରେ ଭାରସାମ୍ୟ ହରାଇ ଓଲଟିଲା ପିକ୍ ଅପ୍ ଭ୍ୟାନ । ୧୨ ଗୁରୁତର ହୋଇଛନ୍ତି । ଏଥିମଧ୍ୟରେ ଅନେକ୍ ଶିଶୁ ଓ ମହିଳା ରହିଛନ୍ତି । ମିଳିଥିବା ସୂଚନା ଅନୁସାରେ ମୁରିବାହାଲ ଥାନା ଅନ୍ତର୍ଗତ ହଳଦୀ ଗାଁର ଭୁଏପଡା ଗାଁରୁ ପ୍ରାୟ ୨୦-୨୫ ଜଣ କଳାହାଣ୍ଡି ଜିଲ୍ଲା ଯୋଗୀମୁଣ୍ଡାକୁ ବଣଭୋଜି କରିବାକୁ ଯାଉଥିଲେ ।

Advertisment

ଏହି ସମୟରେ ଟିଟିଲାଗଡ଼ ନିକଟ କତରକେଲା ନିକଟରେ ଭାରସାମ୍ୟ ହରାଇ ପିକଅପଟି ଓଲଟି ପଡିଥିଲା । ଗୁରୁତର ଆହତମାନଙ୍କୁ ୧୦୮ ଆମ୍ବୁଲାନ୍ସ ମଧ୍ୟରେ ସ୍ଥାନୀୟ ଲୋକେ ଟିଟିଲାଗଡ଼ ହସ୍ପିଟାଲ ନିଆଯାଇଥିଲା । ହସ୍ପିଟାଲରେ ଏବେ ଆହତଙ୍କ ଚିକିତ୍ସା ଚାଲିଛି । ହେଲେ ଏବେ ସୁଦ୍ଧା କିଛି ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ବଲାଙ୍ଗିର ହସ୍ପିଟାଲ ସ୍ଥାନାନ୍ତରିତ କରାଯାଇଛି ।