କନକ ବ୍ୟୁରୋ : ଯାଜପୁର ୧୬ ନମ୍ବର ଜାତୀୟ ରାଜପଥର ବଡ଼ଚଣା ନିକଟରେ ଦୁର୍ଘଟଣା । ଟ୍ରକକୁ ପଛପଟୁ ଧକ୍କା ଦେଲା ଆମ୍ବୁଲାନ୍ସ । ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଆମ୍ବୁଲାନ୍ସଟି କଟକ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା ।
ଟ୍ରକର ଟାୟାର ଫାଟିଯିବାରୁ ଭାରସାମ୍ୟ ହରାଇଥିବା ବେଳେ ପଛପଟୁ ଆମ୍ବୁଲାନ୍ସ ଟ୍ରକକୁ ଧକା ଦେଇଥିଲା । ଆମ୍ବୁଲାନ୍ସରେ ଜଣେ ମହିଳାଙ୍କ ରୋଗୀଙ୍କ ସହ ଆମ୍ବୁଲାନ୍ସ ଡ୍ରାଇଭର ସହ କର୍ମୀଙ୍କ ମୃତ୍ୟୁ ହୋଇଥିବା ବେଳେ ରୋଗୀଙ୍କ ସମ୍ପର୍କୀୟଙ୍କୁ ଗୁରୁତର ଅବସ୍ଥାରେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

Advertisment