୩୦୦୦ ଟଙ୍କା ହେବ ଭତ୍ତା! ସୂଚନା ଦେଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

3,859

କନକ ବ୍ୟୁରୋ: ବଢିବ ଭତ୍ତା ଟଙ୍କା । ଭତ୍ତା ଟଙ୍କାକୁ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ । ଏନେଇ ଘୋଷଣା କରିଛନ୍ତି ସାମଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ କେଉଁ ବର୍ଗର ଭତ୍ତା ବଢାଯିବ ସେନେଇ କୌଣସି ନିର୍ଦ୍ଦଷ୍ଟ ସୂଚନା ମିଳିନାହିଁ । ତେବେ ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତାକୁ ଗୁରୁତ୍ୱ ଦିଆଯିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ ।

ବିଭିନ୍ନ ବର୍ଗର ଭତ୍ତା ବଢାଇବାକୁ ସରକାର ଚିନ୍ତା କରୁଛନ୍ତି । ବିଭିନ୍ନ ବିଭାଗ ଅଧିକାରୀଙ୍କ ସହ ଏନେଇ ସହ ଆଲୋଚନା ଜାରି ରହିଛି ।ଆଲୋଚନା ପରେ କେଉଁ ବର୍ଗର ଭତ୍ତାକୁ ବୃଦ୍ଧି କରାଯିବ ସେନେଇ ସ୍ପଷ୍ଟ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ ନିର୍ବାଚନ ପୂର୍ବରୁ ବିଜେପି ଭତ୍ତା ବୃଦ୍ଧି କରିବାକୁ ଯେଉଁ ମାନିଫେଷ୍ଟା ଦେଇଥିଲା ତାକୁ ପୂରଣ କରିବାକୁ ଯାଉଛି ବୋଲି କୁହାଯାଉଛି ।