ତାରିଣୀ ପୀଠର ଉନ୍ନତିକରଣ ପାଇଁ ୫୦ କୋଟିର ପ୍ୟାକେଜ : ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

828

କନକ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆଜି ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୋହନ ମାଝୀ । ଏହି କ୍ରମରେ ପ୍ରଥମେ ସେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର ପୂଜକଙ୍କ ସହ ଆଲୋଚନା କରିଥିଲେ ।

ମା’ ତାରିଣୀଙ୍କ ପୀଠ ଯେପରି ସାରା ଦେଶରେ ବ୍ୟାପକ ହୋଇପାରିବ, ସ୍ୱତନ୍ତ୍ର ପର୍ଯ୍ୟଟନସ୍ଥଳୀ ହୋଇପାରିବ ସେଥିପାଇଁ ଏ ସରକାର ପ୍ରତିଶ୍ରୁତିବଦ୍ଧ । ତାରିଣୀ ପୀଠର ବିକାଶ ଓ ଉନ୍ନତି ପାଇଁ କେନ୍ଦ୍ର ସରକାରଙ୍କ ପାଖରେ ଅପିଲ କରିବେ । ଏବେ ପୀଠର ବିକାଶ ପାଇଁ ୫୦ କୋଟି ଟଙ୍କା ବିନିମୟରେ କାମ ଚାଲିଛି । ଏହାକୁ ପରିପୂର୍ଣ୍ଣ କରିବାକୁ ଅଧିକ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ପୀଠର ସୌନ୍ଦର୍ଯ୍ୟକରଣ ଓ ବିକାଶ ପାଇଁ ୧୦୦ କୋଟିର ଏହି ବଜେଟକୁ ଯଥାଶୀଘ୍ର ଶେଷ କରିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।