ବଜେଟ ଅଧିବେଶନର ପ୍ରଥମ ଦିନ । ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହଟ୍ଟଗୋଳ । ବିଜେପିର କକ୍ଷତ୍ୟାଗ, ପୋଡିୟମ ତଳେ କଂଗ୍ରେସର ପ୍ରତିବାଦ ।

ବଜେଟ ଅଧିବେଶନର ପ୍ରଥମ ଦିନ । ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହଟ୍ଟଗୋଳ । ବିଜେପିର କକ୍ଷତ୍ୟାଗ, ପୋଡିୟମ ତଳେ କଂଗ୍ରେସର ପ୍ରତିବାଦ ।

କନକ ବ୍ୟୁରୋ : ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ । ଅଭିଭାଷଣ ରଖୁଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିରୋଧୀଙ୍କ ହଟ୍ଟଗୋଳ ।

ନବ ଦାସଙ୍କ ହତ୍ୟାକାଣ୍ଡ ଓ ରାଜ୍ୟର ଆଇନ ଶୃଙ୍ଖଳା ପ୍ରସଙ୍ଗ ଉଠାଇ ଗୃହରେ କଂଗ୍ରେସର ନାରାବାଜି । ଗୃହର ମଧ୍ୟଭାଗକୁ ଆସି ନାରାବାଜି କଲେ ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟ । ରାଜ୍ୟପାଳଙ୍କ ଅଭିଭାଷଣ ଜାରି ରହିଥିବା ବେଳେ ବିରୋଧୀ ବିଜେପି ବିଧାୟକ କକ୍ଷତ୍ୟାଗ କରିଥିବା ବେଳେ ବାଚସ୍ପତିଙ୍କ ପୋଡିୟମ ତଳେ ଧାରଣା ଦେଇଛନ୍ତି କଂଗ୍ରେସ ବିଧାୟକ । ବିରୋଧୀ ବିଜେପି କକ୍ଷତ୍ୟାଗ କରିବା ପରେ ବିଧାନସଭାର ପ୍ରବେଶ ପଥରେ ଧାରଣା ଦେଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe