କନକ ବ୍ୟୁରୋ : ପ୍ରଶ୍ନକାଳ ଭଳି ଶୂନ୍ୟକାଳରେ ବି ବିରୋଧୀଙ୍କ ହଙ୍ଗାମା । ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ଉଭୟ ବିଜେପି ଓ କଂଗ୍ରେସ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଛନ୍ତି । ଯାହାଫଳରେ ଶୂନ୍ୟକାଳ ମଧ୍ୟ ଠିକ୍ ସେ ଚାଲିପାରିନଥିଲା । ଫଳରେ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ କରିଛନ୍ତି ବାଚସ୍ପତି ।
ଶୂନ୍ୟକାଳ ପୂର୍ବରୁ ପ୍ରଶ୍ନକାଳରେ ମଧ୍ୟ ସମାନ ସ୍ଥିତି ଉପୁଜିଥିଲା । ଗୃହ କାର୍ଯ୍ୟ ଆରମ୍ଭରୁ ନବ ଦାସଙ୍କ ହତ୍ୟା ପ୍ରସଙ୍ଗକୁ ନେଇ ବିରୋଧୀ ଜୋରଦାର ହଟ୍ଟଗୋଳ କରିଥିଲେ । ଉଭୟ ବିଜେପି ଓ କଂଗ୍ରେସର ସଦସ୍ୟ ମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ । ଯାହାଫଳରେ ପ୍ରଶ୍ନକାଳ ଚାଲି ପାରିନଥିଲା । ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ଗୃହକୁ ଦିନ ୧୧ଟା ୩୦ ଯାଏଁ ମୁଲତବୀ କରିଥିଲେ ବାଚସ୍ପତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/02/23-10.jpg)