କନକ ବ୍ୟୁରୋ : ଖୁବଶୀଘ୍ର ବଣ୍ଟାଯିବ ଓଡ଼ିଶାକୁ ଆସିଥିବା ୯ ଲକ୍ଷ ଆବାସ ଘର । ବହୁ ଅଯୋଗ୍ୟ ହିତାଧିକାରୀ ଘର ପାଉଥିବା ନେଇ ବିଭିନ୍ନ ବର୍ଗରୁ ଅଭିଯୋଗ ଆସିବା ପରେ ସାଧାରଣ ଜନତାଙ୍କ ଠାରୁ ବିସ୍ତୃତ ଭାବେ ଅଭିଯୋଗ ମଗାଯାଇଥିଲା । ସେସବୁକୁ ତର୍ଜମା କରାସରିଛି । ଖୁବଶୀଘ୍ର ରାଜ୍ୟକୁ ଆସିଥିବା ଆବାସ ଘର ଆବଣ୍ଟନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ପରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ବିଭାଗୀୟ ସଚିବ ସୁଶୀଲ କୁମାର ଲୋହାନି ସାମ୍ୱାଦିକ ସମ୍ମିଳନୀ ଜରିଆରେ ଏହି ସୂଚନା ଦେଇଛନ୍ତି ।

Advertisment

ବିଭାଗର କାର୍ଯ୍ୟ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ:

- ରାଜ୍ୟର ସମସ୍ତ ବ୍ଲକରେ ଗ୍ରାମୀଣ ଇଣ୍ଡଷ୍ଟ୍ରିଆଲ୍ ପାର୍କ ସ୍ଥାପନ କରିବାକୁ ନିର୍ଦ୍ଦେଶ। ମିଶନ ମୋଡରେ ମାର୍କେଟିଂ ଲିଙ୍କେଜ୍ ସହିତ ସ୍ଥାପନ ହେବ ଏହି ଗ୍ରାମୀଣ ଇଣ୍ଡଷ୍ଟ୍ରିଆଲ୍ ପାର୍କ ।

- ଆସନ୍ତା ଏକ ବର୍ଷ ମଧ୍ୟରେ ସମସ୍ତ ବ୍ଲକରେ ମିଶନ୍ ଶକ୍ତି କାଫେ  ନିର୍ମାଣ ଏବଂ କାର୍ୟ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ।

- ବିଭିନ୍ନ ସ୍ଥାନରେ ଅବ୍ୟବହୃତ ହୋଇ ଖାଲି ପଡ଼ିଥିବା ସରକାରୀ ଅଟ୍ଟାଳିକାକୁ ୩ ମାସ ମଧ୍ୟରେ ସ୍ଥାନୀୟ ମିଶନ୍ ଶକ୍ତି ଗୋଷ୍ଠୀକୁ ହସ୍ତାନ୍ତର ।

- ଓରମାସକୁ ଅଧିକ କ୍ରିୟାଶୀଳ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

- ସମସ୍ତ ଘରକୁ ପାନୀୟ ଜଳ ଯୋଗାଣକୁ ଦିଅ ପ୍ରାଥମିକତା । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୧% ଗ୍ରାମୀଣ ପରିବାରକୁ ଟ୍ୟାପ ଯୋଗେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ହୋଇଛି ।

୫୭୦୦୦ କୋଟି ଟଙ୍କା ବ୍ୟୟରେ ୨୦୬ଟି ମେଗା ପାନୀୟ ଜଳ ପ୍ରକଳ୍ପ ଓ ୧୩୦୦୦ ସିଙ୍ଗଲ ଭିଲେଜ ପାଇପ ଜଳ ଯୋଗାଣ ପ୍ରକଳ୍ପ ହାତକୁ ନିଆଯାଇଛି ।