କନକ ବ୍ୟୁରୋ : ଓଡିଶାର ବାଲେଶ୍ୱର ଜିଲ୍ଲା ନିକଟ ବାହାନଗା ଠାରେ ହୋଇଥିବା ରେଳ ଦୁର୍ଘଟଣାକୁ ନେଇ ସାରା ବିଶ୍ୱରୁ ଶୋକର ବାର୍ତ୍ତା ଆସୁଛି । ଏହି କ୍ରମରେ ଋଷ ରାଷ୍ଟ୍ରପତି ଭ୍ଲାଦିମୀର ପୁଟିନ ଶୋକ ପ୍ରକାଶ କରିଛନ୍ତି । ସେ ତାଙ୍କର ଶୋକବାର୍ତ୍ତା ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟାଳୟକୁ ପଠାଇଛନ୍ତି । ‘ଏହି ଦୁର୍ଘଟଣାରେ ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ଦୁଃଖରେ ଆମେ ଅଂଶୀଦାର ଏବଂ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛୁ’ ବୋଲି ଶୋକବାର୍ତ୍ତାରେ ଉଲ୍ଲେଖ ରହିଛି ।

Kanak News is now on WhatsApp
Join and get latest news updates delivered to you via WhatsApp
ସୂଚନା ଥାଉକି ଗତକାଲି ସନ୍ଧ୍ୟାରେ ଓଡିଶାର ବାଲେଶ୍ୱର ଜିଲ୍ଲା ବାହାନଗା ଠାରେ କରମଣ୍ଡଳ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇ ଏକ ମାଲଗାଡିକୁ ଧକ୍କାଦେବା ଫଳରେ ଏକ୍ସପ୍ରେସ ଟ୍ରେନର କିଛି ବଗି ଦୁର୍ଘଟଣାରେ ଶିକାର ହୋଇଥିଲା । ଏଥିରେ ଏପର୍ଯ୍ୟନ୍ତ ୨୬୧ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଶହ ଶହ ଲୋକ ଆହତ ହୋଇ ଚିକିତ୍ସିତ ହେଉଛନ୍ତି । ଘଟଣା ସ୍ଥଳରେ ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପହଂଚି ଘଟଣାର ତଦାରଖ କରୁଛନ୍ତି ।