ସାଲୁଗା ପ୍ରଧାନ ହେଲେ ବିଧାନସଭାର ନୂଆ ଉପ-ବାଚସ୍ପତି । ନିଦ୍ୱନ୍ଦ୍ୱରେ ହେଲେ ନିର୍ବାଚିତ, ଶୁଭେଚ୍ଛା ଜଣାଇଲେ ବିରୋଧୀ ।
କନକ ବ୍ୟୁରୋ : ସାଲୁଗା ପ୍ରଧାନ ହେଲେ ବିଧାନସଭାର ନୂଆ ଉପ-ବାଚସ୍ପତି । ସାଲୁଗା ପ୍ରଧାନ ନିଦ୍ୱନ୍ଦ୍ୱରେ ବିଧାନସଭାର ଉପ-ବାଚସ୍ପତି ଭାବେ ନିର୍ବାଚିତ । ନୂଆ ଉପ-ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ । ସେହିଭଳି ଉପ-ବାଚସ୍ପତି ଭାବେ ନିର୍ବାଚିତ କରିଥିବାରୁ ସମସ୍ତ ବିରୋଧୀ ଓ ଶାସକ ଦଳର ସଦସ୍ୟଙ୍କୁ ଧନ୍ୟବାଦ ଜଣାଇଛନ୍ତି ସାଲୁଗା ପ୍ରଧାନ । ଗତକାଲି ଉପ-ବାଚସ୍ପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିଥିଲେ ସାଲୁଗା ପ୍ରଧାନ । ନିଦ୍ୱନ୍ଦ୍ୱରେ ଉପ-ବାଚସ୍ପତିଙ୍କୁ ନିର୍ବାଚିତ କରିଥିବାରୁ ଗୃହର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Kanak News is now on WhatsApp
Join and get latest news updates delivered to you via WhatsApp
ଜି-ଉଦୟଗିରିର ବିଧାୟକ ହେଉଛନ୍ତି ସାଲୁଗା ପ୍ରଧାନ । ଏହାପୂର୍ବରୁ ଉପ-ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ରଜନୀକାନ୍ତ ସିଂ । ପରେ ଉପ-ବାଚସ୍ପତି ପ୍ରାର୍ଥୀ ଭାବେ ସାଲୁଗା ପ୍ରଧାନଙ୍କ ନାଁ ଘୋଷଣା କରିଥିଲା ବିଜେଡି ।