ସାଲୁଗା ପ୍ରଧାନ ଓଡିଶା ବିଧାନସଭାର ହେବେ ନୂଆ ଉପବାଚସ୍ପତି । ୨୦୦୦ରୁ ୨୦୦୪ ଏବଂ ୨୦୧୯ରୁ ବିଧାୟକ ଅଛନ୍ତି ସାଲୁଗା ।

167

କନକ ବ୍ୟୁରୋ: ସାଲୁଗା ପ୍ରଧାନ ହେବେ ଓଡିଶା ବିଧାନସଭାର ପରବର୍ତ୍ତୀ ଉପ ବାଚସ୍ପତି । ଜି. ଉଦୟଗିରିର ଏହି ବିଧାୟକ ଉପବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ମିଳିଛି । ତେବେ ରଜନୀକାନ୍ତ ସିଂଙ୍କ ଇସ୍ତଫା ପରେ ଏବେ ଖାଲି ପଡିଛି ଉପବାଚସ୍ପତି ପଦ । ତେଣୁ ଆସନ୍ତା ଶୀତ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଉପବାଚସ୍ପତି ପଦ ପାଇଁ ନିର୍ବାଚନ ଆୟୋଜିତ ହେବ । ସାଲୁଗା ପ୍ରଧାନ ହେଉଛନ୍ତି ଓଡିଶା ବିଧାନସଭାର ଦୁଇ ଦୁଇ ଥରର ବିଧାୟକ । ବିଜୁ ଜନତା ଦଳ ଟିକେଟରୁ ସେ ଦୁଇ ଥର ବିଧାୟକ ନିର୍ବାଚିତ ହୋଇଛନ୍ତି । ଜି. ଉଦୟଗିରି ବିଧାନସଭା ଆସନରୁ ସେ ପ୍ରଥମେ ୨୦୦୦ ମସିହାରେ ଏବଂ ଏହାପରେ ୨୦୧୯ ମସିହାରେ ନିର୍ବାଚିତ ହୋଇଛନ୍ତି ।