ସମ୍ବଲପୁର ହନୁମାନ ଜୟନ୍ତୀ ହିଂସା ଘଟଣା । ଆଗୁଆ ସତର୍କ କରିଥିଲା ଗୁଇନ୍ଦା ବିଭାଗ ।

170

କନକ ବ୍ୟୁରୋ: ସମ୍ବଲପୁର ହନୁମାନ ଜୟନ୍ତୀ ହିଂସା ଘଟଣା । ହିଂସା ନେଇ ଏସପିଙ୍କୁ ଆଗୁଆ ସତର୍କ କରିଥିଲା ଗୁଇନ୍ଦା ବିଭାଗ । ସମ୍ବଲପୁର ଜିଲ୍ଲା ଏସପିଙ୍କୁ ଚିଠି ଲେଖି ସତର୍କ ରହିବାକୁ ସୂଚନା ଦେଇଥିଲେ ଗୁଇନ୍ଦା ଏସପି । ସେହି ସମୟର ଚିଠି ଏବେ ସାମ୍ନାକୁ ଆସିଛି । ୧୨ ଏପ୍ରିଲରେ ହନୁମାନ ଜୟନ୍ତୀ ସମନ୍ୱୟ ସମିତି ବିଶେଷ କରି ବଜରଙ୍ଗ ଦଳର ସଦସ୍ୟ ବିଶାଳ ବାଇକ୍ ରାଲି କରିବା ନେଇ ଚିଠିରେ ଉଲ୍ଲେଖ ରହିଛି । ଏହି ରାଲି ସମୟରେ ସାମ୍ପ୍ରଦାୟିକ ସଦଭାବ ବିଗିଡିପାରେ ବୋଲି ଚିଠିରେ ଉଲ୍ଲେଖ ରହିଛି । ତେବେ ଚିଠିରେ ଲେଖାଯାଇଛି ହନୁମାନ ଜୟନ୍ତୀ ସମନ୍ୱୟ ସମିତିର ବାଇକ୍ ରାଲି ମୁସଲମାନ ପ୍ରବଣ ଏରିଆ ଦେଇ ଗତି କରିବ । ଏହି ସମୟରେ ଜୟ ଶ୍ରୀରାମ, ଜୟ ହନୁମାନ ଭଳି ସ୍ଲୋଗାନ୍ ଦେବା ସହ ଅଣ ହିନ୍ଦୁ ଯଦି କିଛି ସ୍ଲୋଗାନ ଦିଅନ୍ତି , ତାହାଲେ ଗଣ୍ଡଗୋଳ ପରିସ୍ଥିତି ସୃଷ୍ଟି କରି ପାରନ୍ତି ବୋଲି ସତର୍କ କରାଯାଇଥିଲା ।