ଆଜି ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍ : ସମ୍ବଲପୁରୀ ପୋଷାକ ସହ ଜମୁଛି ନାଚ ଗୀତର ଆସର 

232

କନକ ବ୍ୟୁରୋ : ଆଜି ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍ । ଭାଷା ସାହିତ୍ୟର ପୁରୋଧା ସତ୍ୟନାରାୟଣ ବୋହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ ଭାବରେ ପାଳନ କରୁଛନ୍ତି ପଶ୍ଚିମ ଓଡ଼ିଶାବାସୀ ।  ସମ୍ବଲପୁରୀ ପୋଷାକ ସହ ଜମୁଛି ନାଚ ଗୀତର ଆସର । ଆଜିି ଦିନରେ ସମ୍ବଲପୁରୀ ଖାଇବା ସାଙ୍ଗକୁ ନୃତ୍ୟ ଗୀତରେ ବିଭୋର ହୁଅନ୍ତି ସାରା ପଶ୍ଚିମ ଓଡ଼ିଶାବାସୀ । ବିଭିନ୍ନ ସଂଗଠନ ଏହାକୁ ବିିିଭିନ୍ନ ଜିଲ୍ଲାରେ ପାଳନ କରିଆସୁଛନ୍ତି । ସମ୍ବଲପୁରୀ ଭାଷାର ସଂସ୍କୃତିର ପ୍ରଚାର ହିଁ ଏହାର ଏକମାତ୍ର ଲକ୍ଷ୍ୟ ।