କନକ ବ୍ୟୁରୋ : ଆଜିଠାରୁ ୫ ଦିନ ବନ୍ଦ ରହିବ ସମ୍ବଲପୁର ବିଶ୍ୱ ବିଦ୍ୟାଳୟ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନେଇଛନ୍ତି କୁଳପତି । ସମ୍ବଲପୁର ବିଶ୍ୱବିଦ୍ୟାଳୟର ବିଭିନ୍ନ ପିଜି ବିଭାଗରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହି ନିଷ୍ପତ୍ତି ନିଆଯାଉଥିବା ନୋଟିସରେ ଉଲ୍ଲେଖ କରାଯାଇଛି । ତେବେ ୨୫ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟର ସମସ୍ତ କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ନୋଟିସ ମାଧ୍ୟମରେ ଉଲ୍ଲେଖ କରିଛନ୍ତି ବିଶ୍ୱବିଦ୍ୟାଳୟର କୁଳପତି ସଂଜିବ ମିତଲ ।
ଆଜିଠାରୁ ୫ ଦିନ ବନ୍ଦ ରହିବ ସମ୍ବଲପୁର ବିଶ୍ୱବିଦ୍ୟାଳୟ : ସଂକ୍ରମଣ ବଢ଼ୁଥିବାରୁ ନିଷ୍ପତ୍ତି ନେଲେ କୁଳପତି
/kanak/media/post_attachments/wp-content/uploads/2021/04/10-19.jpg)