କନକ ବ୍ୟୁରୋ: ସମ୍ବିତ କରିବେ ଉପବାସ । ଜଗନ୍ନାଥ ଓ ମୋଦୀଙ୍କ ସମ୍ପର୍କିତ ବୟାନ ପରେ ଭୁଲ ସ୍ୱୀକାର କଲେ ପୁରୀ ଲୋକସଭା ଆସନ ବିଜେପି ପ୍ରାର୍ଥୀ । ଏହାସହ ଏଥିପାଇଁ ୩ ଦିନ ପାଇଁ ଉପବାସ କରିବେ । ଜଗନ୍ନାଥ ଓ ମୋଦୀଙ୍କ ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ପରେ ସଫେଇ ରଖିଛନ୍ତି ପୁରୀ ବିଜେପି ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର ।
ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସମ୍ବିତ ପାତ୍ର କହିଛନ୍ତି, ଭୁଲ ବଶତଃ ଉଚ୍ଚାରଣ ହୋଇଥିଲା । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଭକ୍ତ ମୋଦୀ ବୋଲି କହିବା ବଦଳରେ ମୋଦୀଙ୍କ ଭକ୍ତ ଜଗନ୍ନାଥ ବୋଲି ଉଚ୍ଚାରଣ କରିଥିଲେ । ଏହାକୁ ନେଇ ରାଜନୀତି କରିବା ଅନୁଚିତ୍ ବୋଲି କହିଛନ୍ତି ସମ୍ବିତ ପାତ୍ର । ସେ ଆହୁରି ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ସମୟରେ ପୁରୀ ବଡଦାଣ୍ଡରେ ଜନଗହଳି ଥିଲା । ସେହି ସମୟରେ ସାମ୍ବାଦିକଙ୍କୁ ପ୍ରତିକ୍ରିୟା ଦେବା ବେଳେ ଭୁଲରେ ଏଭଳି
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/05/3-39.jpg)