କନକ ବ୍ୟୁରୋ : ଶନିବାର ସମଲେଇ ପ୍ରକଳ୍ପର ଲୋକାର୍ପଣ ହେବ । ଏଥିପାଇଁ ସମଲେଇ ପ୍ରକଳ୍ପ ଲୋକାର୍ପଣ ଦିନ ବନ୍ଦ ରହିବ ଶିକ୍ଷାନୁଷ୍ଠାନ । ରାଜ୍ୟର ସମସ୍ତ ସ୍କୁଲ, କଲେଜ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଚତୁର୍ଥ ଶନିବାର ଥିବାରୁ ସେହିଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହୁଛି ।
ତେଣୁ ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ଭକ୍ତମାନେ ଆନନ୍ଦର ସହ ଯୋଗଦାନ କରି ମା’ଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ ପ୍ରଦାନ କରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଆସନ୍ତା ୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ଲୋକାର୍ପଣ ଉତ୍ସବ ପାଇଁ ଯଜ୍ଞ ଓ ଚଣ୍ଡିପାଠ କରାଯିବ । ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାରୁ ବ୍ରାହ୍ମଣମାନେ ଏହି କାର୍ଯ୍ୟରେ ଯୋଗଦେବେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/01/vlcsnap-2024-01-25-09h25m52s086.jpg)