କୋଭିଡ୍ ପଜିଟିଭ୍ ଚିହ୍ନଟ ହେଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଟୁଇଟ୍ କରି ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ।

117

କନକ ବ୍ୟୁରୋ: କୋଭିଡ୍ ସଂକ୍ରମିତ ହେଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ରବିବାର ସେ କୋଭିଡ୍ ପଜିଟିଭ୍ ହେବା ନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି । ତେବେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ କୋଭିଡ୍ ପଜିଟିଭ୍ ଚିହ୍ନଟ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ କୋଭିଡ୍ ସଂକ୍ରମିତ ହୋଇଥିବା ବିଷୟରେ ଅବଗତ ହେଲି । ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।

ଏହାପୂର୍ବରୁ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ କୋଭିଡ୍ ପଜିଟିଭ୍ ହେବା ନେଇ ସୂଚନା ଦେଇଥିଲେ । ଟୁଇଟ୍ କରି ସେ କହିଥିଲେ, ସେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କ ପାଖରେ ଲକ୍ଷଣ ମଧ୍ୟ ପ୍ରକାଶ ପାଇଛି । ସେ ଏବେ ନିଜକୁ କ୍ୱାରେଣ୍ଟାଇନରେ ରଖିବା ସହିତ ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଥିଲେ । ତେବେ ସୁଦର୍ଶନ ପଟ୍ଟନାୟକ କୋଭିଡ୍ ପଜିଟିଭ୍ ଚିହ୍ନଟ ହେବା ପରେ ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।